ଢେଙ୍କାନାଳ- ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଉପଖଣ୍ଡର ଜିଲ୍ଲା ଅନୁସୁଚିତ ଜନଜାତି ଓ ଅନୁସୁଚିତ ଜାତି, ଉନ୍ନୟନ ବିଭାଗ ପକ୍ଷରୁ ଆଲୁଅ ଝରଣ ଆଶ୍ରମ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ମଙ୍ଗଳ ଅଧିକାରୀ, ରୁଦ୍ର ପ୍ରସନ୍ନ ପରିଜାଙ୍କ ଆୟୋଜନ କ୍ରମେ ଅତିରିକ୍ତ ଜିଲ୍ଲାପାଳ ରମେଶ ଚନ୍ଦ୍ର ସେଠୀ ମୁଖ୍ୟଅତିଥି ଭାବରେ ଯୋଗ ଦେଇ କାର୍ଯ୍ୟ କ୍ରମର ଉଦ୍ଘାଟନ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅବିନାଶ ପାଣ୍ଡିଆ , ଜିଲ୍ଲା ମଙ୍ଗଳ ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ। ଅପରାହ୍ନ ଦ୍ୱିତୀୟ ଅଧିବେଶନରେ ଜିଲ୍ଲାପାଳ ମନୋରଞ୍ଜନ ମଲ୍ଲିକ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବାବେଳେ ଅତିରିକ୍ତ ଜିଲ୍ଲାପାଳ ଲଳିତ ମୋହନ ବେହେରା, କାମାକ୍ଷାନଗର ଉପ ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପରିଚାଳନା କରିଥିଲେ ଓ ଛାତ୍ର ଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କ ପ୍ରତିଭାର ଉନ୍ମେଷ ପାଇଁ ସରକାରଙ୍କର ଏକ ପ୍ରାୟୋଜିତ କାର୍ଯ୍ୟକ୍ରମ ବୋଲି ଜିଲ୍ଲାପାଳ ଏ ସଂପର୍କରେ ବିସ୍ତୃତ ବକ୍ତବ୍ୟ ପ୍ରଦାନ କରିଥିଲେ । ଢେ଼ଙ୍କାନାଳ ଜିଲ୍ଲା ରୁ ୨୮ ଟି ଆଶ୍ରମ ବିଦ୍ୟାଳୟ ର ପ୍ରାୟ ୩୪୦ ଛାତ୍ର, ଛାତ୍ରୀ ଓ ଶିକ୍ଷକ ,ଶିକ୍ଷୟିତ୍ରୀ ମାନେ ସରଗିଫୁଲ କାର୍ଯ୍ୟକ୍ରମରେ ଯୋଗଦାନ କରିବା ସହ ବିଭିନ୍ନ ସଂସ୍କୃତିକୁ କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରିଥିଲେ। ବିଦ୍ୟାଳୟ ପରିସର ମଧ୍ୟରେ ଜିଲ୍ଲା ସ୍ତରୀୟ ବିଜ୍ଞାନ ପଦର୍ଶନି ଆୟୋଜନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମକୁ ଆଲୁଆଝରଣ ଆଶ୍ରମ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଦୋଳଗୋବିନ୍ଦ ବେହେରା କାର୍ଯ୍ୟ କ୍ରମ ପରିଚାଳନା କରିଥିଲେ । ଅନ୍ୟ ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନେ ସହଯୋଗ କରିଥିଲେ।ଢେ଼ଙ୍କାନାଳ ଜିଲ୍ଲା ରୁ ଅକ୍ଷୟ କୁମାର ନନ୍ଦ ଙ୍କ ରିପୋର୍ଟ ଢେ଼ଙ୍କାନାଳ News ।